୧୦ ଜିଲ୍ଲାକୁ କାଳବୈଶାଖୀ, ବଜ୍ରପାତ ଭୟ; ୟେଲୋ ଓ୍ଵାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ

କନକ ବ୍ୟୁରୋ : ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ କାଳବୈଶାଖୀ ଭୟ ରହିଥିବା ଏହି ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଜାରି ସତର୍କ ସୂଚନା ମତାବକ ଆଜି (୨୦ ଅପ୍ରେଲ, ମଙ୍ଗଳବାର) ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି (୨୧ ଅପ୍ରେଲ, ବୁଧବାର) ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୦ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଓ କଟକ ଜିଲ୍ଲାର ଅନେକ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ କେନ୍ଦ୍ର। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

ଏଥିସହ ୨୩ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

from Kanak News
via <a href="https://ifttt.com/?

Leave a comment

Design a site like this with WordPress.com
Get started