ଆଜି ଶ୍ରାବଣ ପ୍ରଥମ ସୋମବାର : ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

କନକ ବ୍ୟୁରୋ : ଆଜି ଶ୍ରାବଣ ପ୍ରଥମ ସୋମବାର । ୨ବର୍ଷ ପରେ ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି । ବୋଲବମ ପାଇଁ ପୋଲିସ ପକ୍ଷରୁ କରାଯାଇଛି ବ୍ୟାପକ ପ୍ରସ୍ତୁତି । କେବଳ ମାସ୍କ ପିନ୍ଧିଥିବା ଭକ୍ତଙ୍କୁ ମନ୍ଦିର ଭିତରକୁ ଅନୁମତି ମିଳିଛି ।

ସେପଟେ କାଉଡ଼ିଆମାନଙ୍କୁ ଭିତରକୁ ଶୃଙ୍ଖଳିତ ଭାବେ ଛାଡ଼ିବା ପାଇଁ ମନ୍ଦିର ଭିତରେ ଓ ବାହାରେ ମାଇକ୍‌ ଯୋଗେ ପ୍ରଚାର କରାଯାଇଛି । ବିଏମ୍‌ସି ମାଗଦର୍ଶିକା ଅନୁଯାୟୀ ଭକ୍ତ ଓ ସେବାୟତ ମାସ୍କ ପିନ୍ଧି ମନ୍ଦିରକୁ ଯିବେ । ଶ୍ରାବଣୀ ଜଳ ଲାଗି ପାଇଁ ଓ ମନ୍ଦିରକୁ ଆସୁଥିବା ଭକ୍ତମାନଙ୍କ ଥଣ୍ଡା ଜ୍ୱର ଲକ୍ଷଣ ଥି‌ଲେ ପ୍ରବେଶ ନକରିବାକୁ ଅନୁରୋଧ କରାଯାଇଛି । ରବିବାର ରାତିରୁ ପୁଲିସ ମନ୍ଦିର ସିଂହଦ୍ୱାର ଓ ଆଖପାଖ ଅଞ୍ଚଳରେ ପଇଁତରା ମାରୁଛି ।

ଶ୍ରୀଲିଙ୍ଗରାଜ ମନ୍ଦିରରେ ବୋଲବମ୍ ଭକ୍ତଙ୍କ ଭିଡ଼କୁ ଲକ୍ଷ୍ୟ କରି ଭୁବନେଶ୍ୱର ସହରାଞ୍ଚଳ ପୁଲିସ ତରଫରୁ ଭୁବନେଶ୍ୱର ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରାକ୍ ପ୍ରସ୍ତୁତି କରାଯାଇଛି । ହଜାର ହଜାର ଭକ୍ତ ଜଳାଭିଷେକ ପାଇଁ ଆସୁଥିବାରୁ ରାସ୍ତାରେ ଯେପରି କୌଣସି ପ୍ରକାର ଟ୍ରାଫିକ୍ ସମସ୍ୟା ସୃଷ୍ଟି ନ ହୁଏ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଛି ।

ଚଳିତ ଶ୍ରାବଣ ମାସରେ ପଡ଼ୁଥିବା ୪ଟି ସୋମବାରକୁ ଆଖି ଆଗରେ ରଖି କାର୍ଯ୍ୟକ୍ରମକୁ ସୁରୁଖୁରୁରେ ସମ୍ପାଦନ କରିବା ନିମନ୍ତେ ଜଣେ ଅତିରିକ୍ତ ଡିସିପି, ୫ଜଣ ଏସିପି, ୮ଜଣ ଇନ୍ସପେକ୍ଟର, ୪୩ଜଣ ଏସ୍‌ଆଇ ଏବଂ ଏଏସ୍‌ଆଇ, ୬ପ୍ଲାଟୁନ ଫୋର୍ସ ଏବଂ ୫୦ଜଣ ହୋମଗାର୍ଡଙ୍କୁ ମୁତୟନ କରଯାଇଛି । ଏହାବାଦ୍ ଓଡ୍ରାଫ ଟିମ୍ ଓ ଅଗ୍ନିଶମ ବିଭାଗକୁ ମଧ୍ୟ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

The post ଆଜି ଶ୍ରାବଣ ପ୍ରଥମ ସୋମବାର : ଜଳଲାଗି ପାଇଁ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ first appeared on Kanak News.

from Kanak News
via <a href="https://ifttt.com/?

Leave a comment

Design a site like this with WordPress.com
Get started